ଛାତ୍ରଛାତ୍ରୀଙ୍କ ପାଇଁ ବସ ଭଡ଼ା ଛାଡ଼-ପାଠ୍ୟ ପୁସ୍ତକ ମାଗଣା: ମନ୍ତ୍ରୀ
ଭୁବନେଶ୍ୱର: ଏବେ ସରକାରୀ ବସ୍ରେ ମାଗଣା ସ୍କୁଲ୍ ଯାଇପାରିବେ ଛାତ୍ରଛାତ୍ରୀ। ନିଜର ପରିଚୟପତ୍ର ଦେଖାଇ ମାଗଣାରେ ସ୍କୁଲ୍ ଯିବେ ଛାତ୍ରଛାତ୍ରୀ ବୋଲି ବଡ଼ ଘୋଷଣା କରି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏ ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ଦିଆଯିବ। ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ। NCERT ଢ଼ାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ। ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ଗଣ୍ଡ କହିଛନ୍ତି ।