ସୁନା ୧,୨୧,୪୬୦ ଟଙ୍କା
ଭୁବନେଶ୍ୱର, ୦୫/୧୧ : ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଆଜି ୧,୨୧,୪୬୦ ଟଙ୍କା ରହିଛି । ୨୨ କ୍ୟାରେଟ ସୁନା ୧,୧୧,୩୫୦ ଟଙ୍କା ଛୁଇଁଛି । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୧,୪୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୧,୩୫୦ ଟଙ୍କାକୁ ପହଞ୍ଚିଛି। ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୧,୪୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୧,୩୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୧,୬୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୧,୫୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୧,୯୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୧, ୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୧,୪୮୦ ଓ ୧,୧୧,୩୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୦,୦୦୦ ଟଙ୍କା ହୋଇଛି ।