ଶନିବାର, ମାର୍ଚ୍ଚ 7, 2026 | Loading Time...
ଶନିବାର, ମାର୍ଚ୍ଚ 7, 2026 | Loading Time...

ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପ୍ରକାଶିତ: June 28, 2025, 7:22 AM | ଅନ୍ତର୍ଜାତୀୟ
ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ


ନୂଆଦିଲ୍ଳୀ: ପବିତ୍ର ରଥଯାତ୍ରା ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ରାଷ୍ଟ୍ରପତି ଲେଖିଛନ୍ତି, “ପବିତ୍ର ରଥଯାତ୍ରା ଅବସରରେ, ମୁଁ ଭାରତ ଏବଂ ବିଦେଶରେ ରହୁଥିବା ପ୍ରଭୁ ଜଗନ୍ନାଥଙ୍କ ଭକ୍ତମାନଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ଲକ୍ଷ ଲକ୍ଷ ଭକ୍ତ ରଥ ଉପରେ ପ୍ରଭୁ ବଳଭଦ୍ର, ପ୍ରଭୁ ଶ୍ରୀ ଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ସୁଦର୍ଶନଙ୍କୁ ଦର୍ଶନ କରି ଦିବ୍ୟ ଆନନ୍ଦ ଅନୁଭବ କରନ୍ତି।” ଏହା ସହିତ ରାଷ୍ଟ୍ରପତି ତାଙ୍କ ବାର୍ତ୍ତାରେ ବିଶ୍ୱ ଶାନ୍ତି ଓ ବନ୍ଧୁତା ପାଇଁ ପ୍ରାର୍ଥନା କରିଛନ୍ତି। ସେ କହିଛନ୍ତି, ରଥଯାତ୍ରାର ବିଶେଷତ୍ୱ ହେଉଛି ଦେବତାମାନଙ୍କର ମାନବୀୟ ଦିବ୍ୟ ଲୀଳା। ମୁଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛି, ସମଗ୍ର ବିଶ୍ୱରେ ଶାନ୍ତି, ମୈତ୍ରୀ ଏବଂ ସଦ୍ଭାବନା ବିରାଜମାନ ହେଉ।”

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଭୁ ଜଗନ୍ନାଥଙ୍କ ବାର୍ଷିକ ରଥଯାତ୍ରା ଆରମ୍ଭ ପାଇଁ ଅଭିନନ୍ଦନ ଜଣାଇ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି, “ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରାର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ମୋର ଶୁଭକାମନା। ବିଶ୍ୱାସ ଏବଂ ଭକ୍ତିର ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି, ସୌଭାଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣୁ, ଏହା ମୋର କାମନା।