ଶନିବାର, ମାର୍ଚ୍ଚ 7, 2026 | Loading Time...
ଶନିବାର, ମାର୍ଚ୍ଚ 7, 2026 | Loading Time...

ଚୀନ ଓ ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ

ପ୍ରକାଶିତ: August 23, 2025, 7:25 PM | ଅନ୍ତର୍ଜାତୀୟ
ଚୀନ ଓ ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ


ନୂଆଦିଲ୍ଲୀ: ଅଗଷ୍ଟ ୨୯ରୁ ସେପ୍ଟେମ୍ବର ପହିଲା ପର୍ଯ୍ୟନ୍ତ ଚୀନ ଓ ଜାପାନ ଗସ୍ତରେ ରହିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ମୋଦୀ ୧୫ତମ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ୨୯-୩୦ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଜାପାନ ଗସ୍ତରେ ରହିବେ। ସେଠାରୁ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ସେ ଚୀନ ଗସ୍ତ କରିବେ। ଜାପାନ ଗସ୍ତ ସମୟରେ ମୋଦୀ ଏବଂ ଶିଗେରୁ ଇଶିବା ଭାରତ ଏବଂ ଜାପାନ ମଧ୍ୟରେ ସ୍ୱତନ୍ତ୍ର ରଣନୈତିକ ଏବଂ ବିଶ୍ୱସ୍ତରୀୟ ସହଭାଗିତା ସମୀକ୍ଷା କରିବେ। ଏଥିରେ ପ୍ରତିରକ୍ଷା ଏବଂ ସୁରକ୍ଷା, ବାଣିଜ୍ୟ ଏବଂ ଅର୍ଥନୀତି, ପ୍ରଯୁକ୍ତିବିଦ୍ୟା ଏବଂ ଟେକ୍ନୋଲୋଜି ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଅନ୍ତର୍ଭୁକ୍ତ। ଏହା ବ୍ୟତୀତ ଦୁଇ ନେତାଙ୍କ ମଧ୍ୟରେ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ଗୁରୁତ୍ୱର ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହେବ। ଏହି ଗସ୍ତ ଦୁଇ ଦେଶ ମଧ୍ୟରେ ଦୀର୍ଘକାଳୀନ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ଆହୁରି ନିବିଡ଼ କରିବ।

ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ମୋଦୀ ଚୀନ୍ ଗସ୍ତ କରିବେ। ପ୍ରଧାନମନ୍ତ୍ରୀ ସାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ୩୧ ଅଗଷ୍ଟରୁ ୧ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ତିଆନଜିନ୍ ପହଞ୍ଚିବେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରୁଥିବା ଅନେକ ନେତାଙ୍କ ସହ ଦ୍ୱିପାକ୍ଷିକ ବୈଠକ ମଧ୍ୟ କରିପାରନ୍ତି।