ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ
ଭୁବନେଶ୍ଵର: ଦଳ ବିରୋଧୀ କାର୍ଯ୍ୟ ପାଇଁ ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ କଂଗ୍ରେସରୁ ବହିଷ୍କୃତ କରାଯାଇଛି। ଏହା ସହିତ ତାଙ୍କୁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ବହିଷ୍କୃତ କରାଯାଇଛି। କିଛି ଦିନ ତଳେ ମହମ୍ମଦ ମୋକିମ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ପିସିସି ସିଭାପତି ଭକ୍ତ ଦାସଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଥିଲେ। ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ନେତୃତ୍ୱ ଉପରେ ଉପରେ ମଧ୍ୟ ମହମ୍ମଦ ମୋକିମ ପ୍ରଶ୍ନ ଉଠାଇଛନ୍ତି।
ଏହି ଘଟଣା ପରେ ମୋକିମଙ୍କୁ କଂଗ୍ରେସରୁ ବହିଷ୍କାର କରିବା ପାଇଁ ପିସିସି ସଭାପତି ଭକ୍ତ ଦାସ ସୋନିଆଙ୍କୁ ଚିଠି ଲେଖିଥିଲେ। ଭକ୍ତଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି। ଏହାପରେ ମୋକିମଙ୍କୁ ଦଳରୁ ବହିଷ୍କୃତ କରାଯାଇଛି ।
କଂଗ୍ରେସରୁ ବହିଷ୍କାର ପରେ ମୁହଁ ଖୋଲିଲେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ । କଂଗ୍ରେସ ମୋତେ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରିଛି। କିନ୍ତୁ ମୋ ବିଚାରଧାରାରୁ କଂଗ୍ରେସକୁ କେହି ଦୂରେଇ ପାରିବେନି। ମୁଁ ୨୪ ଘଣ୍ଟା ସମାଜ ପାଇଁ କାମ କରିବି, ରାଜନୀତି ଗୋଟିଏ ପ୍ଲାଟଫର୍ମ। ଆଗକୁ ରାଜନୀତି ଜାରି ରହିବ, ଏଥିରେ ବିରାମ ନାହିଁ ବୋଲି ମୋକିମ୍ ଗଣାମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି କହିଛନ୍ତି।