ଶନିବାର, ମାର୍ଚ୍ଚ 7, 2026 | Loading Time...
ଶନିବାର, ମାର୍ଚ୍ଚ 7, 2026 | Loading Time...

୫ଦିନ ପ୍ରବଳ ବର୍ଷିବ

ପ୍ରକାଶିତ: June 10, 2025, 12:16 PM | ଓଡିଶା ଜିଲ୍ଲା ସମାଚାର
୫ଦିନ ପ୍ରବଳ ବର୍ଷିବ


ଆସନ୍ତା ୫ ଦିନ ପ୍ରବଳ ବର୍ଷିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ତତସଂଲଗ୍ନବର୍ତ୍ତୀ ଉପକୂଳ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ଓ ଦକ୍ଷିଣ ପୂର୍ବ ଓ ସଂଲଗ୍ନବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାରି ପ୍ରଭାବରେ ୧୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୫ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ମୟୂରଭଞ୍ଜ, ଗଜପତି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ସତର୍କତା ଦିଆଯାଇଛି । ତେବେ ୬ରୁ ୭ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ଆର୍ଦ୍ର ବାୟୁ ପ୍ରବେଶ କରୁଥିବାରୁ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଉପକୂଳ ଓଡ଼ିଶାରେ ଗୁଳୁଗୁଳିର ପ୍ରଭାବ ଅଧିକ ରହୁଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇଛି ।