ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆଜି ରାଜ୍ୟର ଅଳ୍ପ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତା କାଲି ଉପକୂଳ ଓଡ଼ିଶା, ମୟୂରଭଞ୍ଜ ଓ କେନ୍ଦୁଝର ସମେତ ଅନ୍ୟ କିଛି ସ୍ଥାନରେ ସ୍ପଳ୍ପ ବର୍ଷା ସମ୍ଭାବନା ଅଛି। ସେହିପରି ସୋମବାର କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତିର କିଛି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷା ହେବ ନାହିଁ ବୋଲି ପାଣିପାଗ ବିଭାଗ ଆକଳନ କରିଛି।