ବନ୍ଧା ହେଲା ଠିକାଦାର: ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା
.jpeg)
ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କୁ ମାଡ ମାରିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଠିକାଦାର ଗଜେନ୍ଦ୍ର ଦଳାଇ ଗିରଫ ହୋଇଛି।
ଏହି ଘଟଣା ବଲାଙ୍ଗୀର ସମେତ ସମଗ୍ର ରାଜ୍ୟରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଥିଲା। ବଲାଙ୍ଗୀର ଜିଲ୍ଲା ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ଏକ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗର ତଦନ୍ତ କରୁଥିବା ସାମ୍ବାଦିକ ବିଜୟ କୁମାର ପ୍ରଧାନଙ୍କୁ ଠିକାଦାର ଓ କିଛି ଅସାମାଜିକ ବ୍ୟକ୍ତି ମିଳିତ ଭାବେ ଆକ୍ରମଣ କରିଥିଲେ।
ମୁଖ୍ୟ ଅଭିଯୁକ୍ତ ଠିକାଦାର ଗଜେନ୍ଦ୍ର ଦଳାଇ ଫେରାର ଥିବାବେଳେ ଗିରଫ ହୋଇଥିବା ନେଇ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍ ସୂଚନା ଦେଇଛନ୍ତି। ପୂର୍ବରୁ ଏହି ମାମଲାରେ ୪ ଜଣ ଗିରଫ ହୋଇଥିଲେ।