ପ୍ରବଳ ବର୍ଷା ସମ୍ଭାବନା: ସତର୍କତା ଜାରି
ପ୍ରବଳ ବର୍ଷା ସମ୍ଭାବନା: ସତର୍କତା ଜାରି
ଆଜି ଓ କାଲି ଦୁଇଦିନ ଧରି ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ପାଣିପାଗ ବିଭାଗର ଓଡିଶାର ୧୫ ଜିଲ୍ଲାରେ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝରରେ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏବେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି ଏବଂ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଛି।
ଫଳରେ ଅବପାତଦୁର୍ବଳ ହୋଇ ପୁଣି ଲଘୁଚାପରେ ପରିଣତ ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିବ। ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବେଗରେ ପବନ ବହିବ। ସେଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରଭିତରକୁ ଯିବାକୁ ବାରଣ କରାଯାଇଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ ଓ ୩୧ରୁ ବର୍ଷା କମିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।