ବୁଧବାର, ଅଗଷ୍ଟ 26, 2026 | Loading Time...
ବୁଧବାର, ଅଗଷ୍ଟ 26, 2026 | Loading Time...

୨୪ ଯାଏଁ ବର୍ଷା

ପ୍ରକାଶିତ: June 19, 2025, 9:26 AM | ଓଡିଶା ଜିଲ୍ଲା ସମାଚାର
୨୪ ଯାଏଁ ବର୍ଷା

ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଏବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା ଓ ସମ୍ବଲପୁର ଆଦି ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ବରଗଡ଼,ସୋନପୁର, ଦେଓଗଡ, ଅନୁଗୁଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।