ଶନିବାର, ମାର୍ଚ୍ଚ 7, 2026 | Loading Time...
ଶନିବାର, ମାର୍ଚ୍ଚ 7, 2026 | Loading Time...

ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରାକୃତିକ ବିପର୍ଯ୍ୟୟ କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ କ୍ଷତିପୂରଣ

ପ୍ରକାଶିତ: May 31, 2025, 1:20 PM | ଓଡିଶା ଜିଲ୍ଲା ସମାଚାର
ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରାକୃତିକ ବିପର୍ଯ୍ୟୟ କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ କ୍ଷତିପୂରଣ


ଅଦିନିଆ ବର୍ଷାରେ କୌଣସି ଚାଷୀଙ୍କ କ୍ଷୟକ୍ଷତି ହେଲେ ସେମାନଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି। ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଅଭାଷୀ ମାଧ୍ୟମରେ ଆୟୋଜିତ ସମୀକ୍ଷା ବୈଠକରେ ଗତ ୨୭ରୁ ୩୦ ତାରିଖ ମଧ୍ୟରେ ହୋଇଥିବା ଲଘୁଚାପ ବର୍ଷାରେ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା ବେଳେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଚାଷୀ ଓ ବର୍ଷା ପବନରେ ଘର ଦ୍ୱାର କ୍ଷତିଗ୍ରସ୍ତ ହୋଇଥିବା ବ୍ୟକ୍ତିବିଶେଷଙ୍କୁ ନିଶ୍ଚିତ କ୍ଷତିପୂରଣ ଦିଆଯିବ। ଜିଲ୍ଲାପାଳମାନେ ଖୁବଶୀଘ୍ର କ୍ଷୟକ୍ଷତିର ରିପୋର୍ଟ ପ୍ରଦାନ କରିବା ପରେ ସରକାର ତୁରନ୍ତ ବିହିତ ପଦକ୍ଷେପ ନେବେ ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ।ଏହି ବୈଠକରେ ଭୁବନେଶ୍ଵର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଲଘୁଚାପର ଅବସ୍ଥା ଓ ଆଗାମୀ ସ୍ଥିତି ସମ୍ପର୍କରେ ସୂଚନା ଦେଇଥିଲେ।