ୟେଲୋ ଆଲର୍ଟ: ଆହୁରି ୫ ଦିନ କରିବ କଲବଲ
.jpg)
୭ ଦିନ ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ନାହିଁ
ହଠାତ ଗରମ ସହ ଗୁଳୁଗୁଳି ବୃଦ୍ଧି ପାଇବା ଯୋଗୁଁ ଅସହ୍ୟ ହେବାରେ ଲାଗିଛି ଜନଜୀବନ । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବରେ ଲାଗିଛି। ଆଗାମୀ ୫ରୁ ୭ ଦିନ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ବୋଲି ଭୁବନେଶ୍ଵର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ତାତି ବଢିବା ସହ ଗରମ ଓ ଗୁଳୁଗୁଳି ମଧ୍ୟ ଅସ୍ତବ୍ୟସ୍ତ କରିବ। ବିଶେଷ କରି ଉପକୂଳ ଓଡ଼ିଶାରେ ବାୟୁରେ ହଟ ଓ ହ୍ୟୁମିଡ କଣ୍ଡିସନ ଲାଗି ରହିବ। ତାତି ବଢିବା ସହ ଗରମ ଓ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ।
ଗରମ ଓ ଗୁଳୁଗୁଳି ସକାଶେ ଆସନ୍ତା ୫ ଦିନ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତିକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ। ଅଳ୍ପ କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାକୁ ବଢିବା ପରେ ନିଷ୍କ୍ରିୟ ରହିଛି।