Loading Indian Time...
Loading Indian Time...

ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପ୍ରକାଶିତ: May 26, 2025, 7:02 PM | ଓଡିଶା ଜିଲ୍ଲା ସମାଚାର
ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଆଜିଠୁ ଆରମ୍ଭ ହୋଇଥିବା ବର୍ଷା ଆଗାମୀ ୭ ଦିନ ଯାଏଁ ଲାଗି ରହିବ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରା ଯାଇଛି। କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡା, ଖୋର୍ଦ୍ଧା, ପୁରୀ କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର କେନ୍ଦୁଝର ଓ ମୟୂରଭଞ୍ଜ ଏହି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅବଶିଷ୍ଟ ୧୪ ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାସହ ମଙ୍ଗଳବାର ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଓ ତାର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୭ ତାରିଖରୁ ୩୦ ତାରିଖ ଯାଏଁ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ରହିଛି । ଲଘୁଚାପ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।