ରୋଗୀଙ୍କ ଖାଦ୍ୟ ଅନୁଦାନରେ 30 ପ୍ରତିଶତ ବୃଦ୍ଧିକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ 

Aug 3, 2023 - 16:47
 0  3
 ରୋଗୀଙ୍କ ଖାଦ୍ୟ ଅନୁଦାନରେ 30 ପ୍ରତିଶତ ବୃଦ୍ଧିକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ 

 ରୋଗୀଙ୍କ ଖାଦ୍ୟ ଅନୁଦାନରେ 30 ପ୍ରତିଶତ ବୃଦ୍ଧିକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ 

ସ୍ୱାସ୍ଥ୍ୟକ୍ଷେତ୍ର ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସରକାରୀ ଡାକ୍ତରଖାନାରେ ରୋଗୀଙ୍କ ଖାଦ୍ୟ ଅନୁଦାନରେ 30 ପ୍ରତିଶତ ବୃଦ୍ଧି ଏହି ରାଶି କୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଉଦ୍ଦେଶ୍ୟରେ ସରକାରୀ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେଉଥିବା ଇନଡୋର ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ 30 ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ  ଅନୁମୋଦନ କରିଛନ୍ତି । ଏହାଦ୍ୱାର ବାର୍ଷିକ 64 କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ 42 ଲକ୍ଷରୁ ଅଧିକ ରୋଗୀ ଏହା ଦ୍ୱାରା ଉପକୃତ ହେବେ। ନିଆଯାଇଥିବା ନୂଆ ନିଷ୍ପତ୍ତି ଅନୁଯାୟୀ ଡାକ୍ତରଖାନାମାନଙ୍କରେ ଶଯ୍ୟା ପିଛା ଦିଆଯାଉଥିବା ସାଧାରଣ ଦୈନିକ ଖାଦ୍ୟ ବାବଦକୁ 85 ଟଙ୍କା ବଦଳରେ 110 ଟଙ୍କା, ଶିଶୁମାନଙ୍କ ପାଇଁ ଦିଆଯାଉଥିବା ଦୈନିକ 75 ଟଙ୍କାରୁ 95 ଟଙ୍କା, ଉଚ୍ଚ ପୁଷ୍ଟିସାରଯୁକ୍ତ ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ 95 ଟଙ୍କାରୁ 120 ଟଙ୍କା, ଶୁଖିଲା ଖାଦ୍ୟ ପାଇଁ ଦିଆଯାଉଥିବା ଦୈନିକ 75 ଟଙ୍କାରୁ 95 ଟଙ୍କା ଏବଂ ତରଳ ଖାଦ୍ୟ ବାବଦକୁ ଦିଆଯାଉଥିବା ଦୈନିକ 85 ଟଙ୍କାରୁ 110 ଟଙ୍କାକୁ ବୃଦ୍ଧି କରାଯାଇଛି । ଓଡିଶା ସରକାର ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ଗୁଡିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା ନିମନ୍ତେ ବ୍ୟକ୍ତିଗତ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣା ସ୍ୱାସ୍ଥ୍ୟସେବା ପ୍ରଦାନ, ନିଦାନ ଜରିଆରେ ମାଗଣା ରୋଗ ଚିହ୍ନଟ ନିମନ୍ତେ ପରୀକ୍ଷା, ନିରାମୟ ଜରିଆରେ ମାଗଣା ଔଷଧ ପ୍ରଦାନ, ସହାୟ ଜରିଆରେ ମାଗଣା ଡାଇଲିସିସ୍ ସେବା, ମାଗଣା ରକ୍ତସେବା, ମାଗଣା ଆମ୍ବୁଲାନ୍ସ ସେବା ଇତ୍ୟାଦି ରାଜ୍ୟ ସରକାରଙ୍କ ନିଜସ୍ୱ ଯୋଜନାରେ ଯୋଗାଇ ଦିଆଯାଉଛି। ସୂଚନାଯୋଗ୍ୟ ଯେ, ରାଜ୍ୟର 618 ଟି ସରକାରୀ ଡାକ୍ତରଖାନାରେ ଏହି ବର୍ଦ୍ଧିତ ମୂଲ୍ୟରେ ଖାଦ୍ୟ ଯୋଗାଇ ଦିଆଯିବ ।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.