ଜୁଲାଇ ୧୩ରେ ଲଞ୍ଚ ହେବ ଚନ୍ଦ୍ରୟାନ-୩

Jul 4, 2023 - 11:36
 0  3
ଜୁଲାଇ ୧୩ରେ ଲଞ୍ଚ ହେବ ଚନ୍ଦ୍ରୟାନ-୩

ଜୁଲାଇ ୧୩ରେ ଲଞ୍ଚ ହେବ ‘ଚନ୍ଦ୍ରୟାନ-୩’ ମିଶନ। ସୋମବାର ଏନେଇ ଇସ୍ରୋ ଚେୟାରମ୍ୟାନ ଏସ୍‌. ସୋମନାଥ ସୂଚନା ଦେଇଛନ୍ତି। ସୋମନାଥ କହିଛନ୍ତି, ଆମେ ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡି କରିବାକୁ ସକ୍ଷମ ହେବୁ। ପରିସ୍ଥିତି ଅନୁସାରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଉତକ୍ଷେପଣ ପାଇଁ ଉଦ୍ୟମ କରାଯିବ। ଚନ୍ଦ୍ରଯାନ ଚନ୍ଦ୍ରରେ ଏକ ସଫ୍ଟ ଲାଣ୍ଡିଂ କରିବାରେ ସକ୍ଷମ ହେବ ବୋଲି ସେ କହିଛନ୍ତି। ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ ଷ୍ଟେସନ ଲଞ୍ଚ ପ୍ୟାଡରେ ଚନ୍ଦ୍ରାୟନ ପହଞ୍ଚି ସାରିଛି। LVM-3 ରକେଟ ଯୋଗେ ଚନ୍ଦ୍ରାୟନ-୩ ଉତକ୍ଷେପଣ କରାଯିବ।


ଏହି ଅଭିଯାନ ଲାଗି ଆବଶ୍ୟକ ଏକ ସ୍ବଦେଶୀ ଲ୍ୟାଣ୍ଡର ମଡ୍ୟୁଲ, ଏକ ପ୍ରପଲସନ ମଡ୍ୟୁଲ ଓ ଏକ ରୋଭର। ଚନ୍ଦ୍ରପୃଷ୍ଠରେ ସେଫ ଓ ସଫ୍ଟ ଲ୍ୟାଣ୍ଡିଂ ଓ ରୋଭିଂକୁ ଅଧିକ ସୁଗମ କରିବା ଲାଗି ଚନ୍ଦ୍ରୟାନ-୩ ଅଭିଯାନ ଆରମ୍ଭ ହେବ। ଏହା ସହ ଚନ୍ଦ୍ର ପୃଷ୍ଠରେ ରୋଭରର ପ୍ରଦିକ୍ଷଣ, ବିଭିନ୍ନ ବୈଜ୍ଞାନିକ ଗବେଷଣା ଆଦି ଲାଗି ଏହି ଅଭିଯାନ ଉଦ୍ଦିଷ୍ଟ। ୨୦୦୮-୦୯ରେ ଚନ୍ଦ୍ରୟାନ-୧ ହୋଇଥିବାବେଳେ ଚନ୍ଦ୍ର ପୃଷ୍ଠରେ ଜଳର ସନ୍ଧାନ ମିଳିଥିଲା। ୨୦୧୯ ଅଗଷ୍ଟରେ ହୋଇଥିବା ଚନ୍ଦ୍ରୟାନ-୨ ବିଫଳ ହୋଇଥିଲା। ମାତ୍ର ଚନ୍ଦ୍ରୟାନ-୨ରେ ଚନ୍ଦ୍ର ପୃଷ୍ଠକୁ ପଠାଯାଇଥିବା ଅର୍ବିଟର ଏବେ ବି ସଫଳତାର ସହ କାର୍ଯ୍ୟ କରୁଛି।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.