ତିନି ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବୀ

Jul 7, 2023 - 12:03
 0  5
ତିନି ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବୀ


କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ମଂଜୁରୀ ଲାଭ କରିଥିବା ଅଗ୍ନିଶମ ବିଭାଗର ଏହି ନୂତନ ପଦବୀଗୁଡିକ ହେଲା – ତିନି ଗୋଟି (Station Officer), ଚାରିଗୋଟି (Leading Fireman), ତିନି ଗୋଟି ହାବିଲଦାର, ତିନି ଗୋଟି (Fireman Driver) ଏବଂ ୩୦ଟି (Fireman) ପଦବୀ। ଏହି ନୂତନ ପଦବୀ ସୃଷ୍ଟି ଦ୍ୱାରା ଉପରୋକ୍ତ ତିନୋଟି ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ନିରାପତ୍ତା ଅଧିକ ସୁଦୃଢ ହୋଇପାରିବ ।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.