ମୌସୁମୀ ସ୍ୱାଭାବିକ : ୪ଦିନ ପ୍ରବଳ ବର୍ଷା ସମ୍ଭାବନା

Jul 5, 2023 - 11:02
 0  5
ମୌସୁମୀ ସ୍ୱାଭାବିକ :  ୪ଦିନ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଆଗାମୀ ୪ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ, ଉପକୂଳ, ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୬ରୁ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି। କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ମୌସୁମୀ ସ୍ୱାଭାବିକ ସ୍ଥିତିରେ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲା ଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ବର୍ତ୍ତମାନ ମୌସୁମୀ ନିମ୍ନ ଚାପରେଖା ରାଜସ୍ଥାନର ଗଙ୍ଗାନଗରରୁ ବାହାରି, ଦିଲ୍ଲୀ, ଆଲିଗଡ଼, ହମିରପୁର, ପ୍ରୟାଗରାଜ, ଡାଲଟନଗଞ୍ଜ, ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ୱରରୁ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ୱିଛି। ଏହା ପ୍ରଭାବରେ ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ୬ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ସମୟରେ ମୌସୁମୀ ସ୍ୱାଭାବିକ ଅବସ୍ଥାକୁ ଫେରିବ ବୋଲି ଆକଳନ କରାଯାଉଛି।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.