୫୬ କୋଟି ଟଙ୍କାର ବୋନସ୍‌  ଦେବେ ସରକାର , ଉପକୃତ ହେବେ ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ

Jul 19, 2023 - 17:57
 0  3
୫୬ କୋଟି ଟଙ୍କାର ବୋନସ୍‌  ଦେବେ ସରକାର , ଉପକୃତ ହେବେ ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ

ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ୍‌ ଓ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି, ଏହିପରି ମୋଟ ୫୬.୨୩ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ। ୨୦୨୨ ଶସ୍ୟବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଏବଂ ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୧୫ ଶହ ଟଙ୍କା ଲେଖାଏଁ, ଏହିପରି ମୋଟ ୮୩.୩୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।

ସେହିପରି ୨୦୨୨ ଶସ୍ୟବର୍ଷର ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଆର୍ଥିକ ସହାୟତା, ପାଣି ବୋତଲ ପାଇଁ ୨୦୦ ଟଙ୍କା ଏବଂ ଚପଲ ପାଇଁ ୧୬୦ ଟଙ୍କା, ଏହିପରି ଭାବେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ୧୩୬୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।ଏହି ପର୍ଯ୍ୟାୟରେ ମଧ୍ୟ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଏବଂ ସାମୟିକ କର୍ମଚାରୀଙ୍କୁ ପ୍ରତ୍ୟେକ ୧୫୦୦ ଟଙ୍କାର ସହାୟତା ରାଶି, ଏହିପରି ମୋଟ ୧୧୧.୨୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା । ତୃତୀୟ ପର୍ଯ୍ୟାୟକୁ ମିଶାଇ ୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀମାନଙ୍କୁ ବୋନସ, ପ୍ରୋତ୍ସାହନ ରାଶି ଓ ଆର୍ଥିକ ସହାୟତା ବାବଦକୁ ଦିଆଯାଇଥିବା ମୋଟ ସହାୟତା ପରିମାଣ ୨୫୦.୭୮ କୋଟି ଟଙ୍କା ହେବ । ଯାହା କି ଗୋଟିଏ ଫସଲ ବର୍ଷରେ ସର୍ବକାଳୀନ ରେକର୍ଡ। ସୂଚନାଯୋଗ୍ୟ ଯେ, ୨୦୨୧ ମସିହା ପାଇଁ ୨୦୨୨ ମସିହାରେ କେନ୍ଦୁପତ୍ର ତୋଳାଳିଙ୍କୁ ୧୧୮. ୮୩ କୋଟି ଟଙ୍କାର ବୋନସ ଓ ସହାୟତା ପ୍ରଦାନ କରାଯାଇଥିଲା।୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀମାନଙ୍କୁ ୨୦୨୧ ମସିହା ଠାରୁ ୧୧୧ ପ୍ରତିଶତ ଅଧିକ ସହାୟତା ରାଶି ପ୍ରଦାନ କରାଯାଉଛି ।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.