୫-ଟିରେ ସାମିଲ ହେଲା ବାହାନଗା ହାଇସ୍କୁଲ

Jun 9, 2023 - 02:38
Jun 10, 2023 - 02:39
 0  350
୫-ଟିରେ ସାମିଲ ହେଲା ବାହାନଗା ହାଇସ୍କୁଲ
୫-ଟିରେ ସାମିଲ ହେଲା ବାହାନଗା ହାଇସ୍କୁଲ

୫-ଟିରେ ସାମିଲ ହେଲା ବାହାନଗା ହାଇସ୍କୁଲ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବାହାନଗା ହାଇସ୍କୁଲକୁ ୫-ଟି କାର୍ଯ୍ୟକ୍ରମରେ ସାମିଲ କରାଯାଇଛି । ୫-ଟି ଉପକ୍ରମରେ ବାଲେଶ୍ୱର ଜିଲ୍ଲା ବାହାନଗା ହାଇସ୍କୁଲ ରୂପାନ୍ତରିତ ହେବ । ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲର ନବୀକରଣ କରାଯାଇ ଏହାକୁ ଏକ ଆଦର୍ଶ ସ୍କୁଲ ଭାବେ ଗଢିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଉଲ୍ଲେଖଯୋଗ୍ୟ ଜୁନ ୨ରେ ବାହନଗା ରେଳ ଷ୍ଟେସନ ଠାରେ ହୋଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିମାନଙ୍କ ଶବଗୁଡିକୁ ସାମୟିକ ଭାବରେ ବାହନଗା ହାଇସ୍କୁଲରେ ରଖାଯାଇଥିଲା । ପରେ ଶବଗୁଡ଼ିକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ଥିବାରୁ ସେମାନେ ସ୍କୁଲ ଭାଙ୍ଗି ଏହାର ପୁନଃନିର୍ମାଣ ପାଇଁ ଦାବି କରିଥିଲେ । ପିଲାମାନଙ୍କ ମାନସିକ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ବାହନଗା ହାଇସ୍କୁଲ ଓ ଏହାର ପରିସରରେ ଥିବା ପ୍ରାଥମିକ ଏବଂ ଏଲିମେଣ୍ଟାରି ସ୍କୁଲ ଭାଙ୍ଗି ପୁନଃନିର୍ମାଣ କରିବାକୁ ନିଷ୍ପତ୍ତି ହୋଇଛି ।

What's Your Reaction?

like

dislike

love

funny

angry

sad

wow