ରତ୍ନଭଣ୍ଡାର ଖୋଲିବା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

Jun 30, 2023 - 07:22
Jul 1, 2023 - 07:22
 0  7
ରତ୍ନଭଣ୍ଡାର ଖୋଲିବା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର
ରତ୍ନଭଣ୍ଡାର ଖୋଲିବା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ରତ୍ନଭଣ୍ଡାର ଖୋଲିବା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର
ରତ୍ନଭଣ୍ଡାର ଖୋଲାଯାଇ ସେଥିରେ ଥିବା ଅଳଙ୍କାରଗୁଡିକର ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଛି । ପୂର୍ବତନ ବିଜେପି ସଭାପତି ସମୀର ମହାନ୍ତି ଏହି ମାମଲା ଦାୟର କରିଛନ୍ତି । ନିଜ ଆବେଦନରେ ସେ ରତ୍ନ ଭଣ୍ଡାର ଖୋଲିବା, ମରାମତି ଓ ଗଣତି କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ପ୍ରାର୍ଥନା କରିଛନ୍ତି । ଏଥିପାଇଁ ରାଜ୍ୟପାଳ କିମ୍ବା ଜଣେ କାର୍ଯ୍ୟରତ ହାଇକୋର୍ଟ ବିଚାରପତିଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇ ରତ୍ନ ଅଳଙ୍କାର ତାଲିକା ପ୍ରସ୍ତୁତ, ରତ୍ନଭଣ୍ଡାରର ଚାବି ହଜେଇଥିବା ଦାୟୀ ପୁରୀ ଜିଲ୍ଲାପାଳ କିମ୍ବା ସଂପୃକ୍ତ ଅଧିକାରୀଙ୍କ ବିରୋଧରେ ଫୌଜଦାରୀ ମାମଲା ଦାୟର କରି ସିବିଆଇ ତଦନ୍ତ ପାଇଁ ଆବେଦନ କରାଯାଇଛି ।

What's Your Reaction?

like

dislike

love

funny

angry

sad

wow