ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭରୁ ମୁଲତବୀ

Sep 22, 2023 - 12:26
 0  3
ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭରୁ ମୁଲତବୀ

ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଆରମ୍ଭରେ ଦିବଙ୍ଗତ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର, ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋ, ନିବେଦିତା ପ୍ରଧାନ, କୁମର ବେହେରା ଓ ରମେଶ ସୋରେନ ଏବଂ ଦିବଙ୍ଗତ ପୁଲିସ କର୍ମୀ ଦେବାଶିଷ ବିଶ୍ବାଳ, ସୁଶାନ୍ତ କୁମାର ଖୁଣ୍ଟିଆ ଓ ସୁଶାନ୍ତ କୁମାର ମହାନ୍ତିଙ୍କ  ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି ଅବସରରେ ସେ ସେମାନଙ୍କ ସ୍ମୃତିଚାରଣ କରିଥିଲେ। ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ। ଏମାନେ ସମସ୍ତେ ଦିବଙ୍ଗତ ବ୍ୟକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ଦିବଙ୍ଗତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଅପରାହ୍ଣ ୫ଟା ଯାଏ ବିଧାନସଭାକୁ ମୁଲତବୀ ରଖାଯାଇଛି। ନୂତନ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହ ପରିଚାଳନା କରିଛନ୍ତି। ଅପରାହ୍ଣ ୫ଟାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ। ତେବେ ବିଧାନସଭା ପାଇଁ ରଣନୀତି ପ୍ରସ୍ତୁତ ନେଇ ଆଜି ବିଜେପି, ବିଜେଡି ଓ କଂଗ୍ରେସର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳର ବୈଠକ ଅନୁଷ୍ଠିତ ହୋଇଛି।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.