ନବରଙ୍ଗପୁର ସଡକ ଦୁର୍ଘଟଣା ମୃତକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
ନବରଙ୍ଗପୁର ସଡକ ଦୁର୍ଘଟଣା ମୃତକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
ନବରଙ୍ଗପୁର ଜିଲ୍ଲାର ଝରିଗାଁ ଉମରକୋଟ ରାସ୍ତାରେ ସଡକ ଦୁର୍ଘଟଣା ଯୋଗୁଁ ୩ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିଜନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (ସିଏମଆରଏଫ)ରୁ ୩ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତାରାଶି ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାରଗୁଡିକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ଏହି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
What's Your Reaction?