କେନ୍ଦୁପତ୍ର ହିତାଧିକାରୀଙ୍କୁ ଆଉ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା 

Jul 18, 2023 - 08:05
Jul 21, 2023 - 08:05
 0  7
କେନ୍ଦୁପତ୍ର ହିତାଧିକାରୀଙ୍କୁ ଆଉ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା 
କେନ୍ଦୁପତ୍ର ହିତାଧିକାରୀଙ୍କୁ ଆଉ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା 

କେନ୍ଦୁପତ୍ର ହିତାଧିକାରୀଙ୍କୁ ଆଉ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା 
କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଘୋଷଣା ଦ୍ୱାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ । ଏହି ବୋନସ୍‌ ଓ ପ୍ରୋତ୍ସାହନ ରାଶି ଜୁଲାଇ ମାସରେ ହିଁ ପ୍ରଦାନ କରାଯିବ । ୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ୍‌ ଏବଂ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି, ଏହିପରି ମୋଟ ୫୬.୨୩ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ । ୨୦୨୨ ଶସ୍ୟବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଏବଂ ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୧୫ ଶହ ଟଙ୍କା ଲେଖାଏଁ, ଏହିପରି ମୋଟ ୮୩.୩୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।

What's Your Reaction?

like

dislike

love

funny

angry

sad

wow