ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଶୋକ ବାର୍ତ୍ତାରେ ତାଙ୍କର ନେତୃତ୍ୱ ଓ ଦକ୍ଷତାର କଲେ ପ୍ରଶଂସା

Sep 3, 2023 - 17:59
 0  10
ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଶୋକ ବାର୍ତ୍ତାରେ ତାଙ୍କର ନେତୃତ୍ୱ ଓ ଦକ୍ଷତାର କଲେ ପ୍ରଶଂସା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କରିବା ପାଇଁ ତାଙ୍କର ନୁଆପଲ୍ଲି ସ୍ଥିତ ବାସଭବନକୁ ଯାଇ ଦିବଂଗତ ନେତାଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇ ଛନ୍ତି।

ପୂର୍ବରୁ ତାଙ୍କ ଶୋକ ବାର୍ତ୍ତରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବରେ ବର୍ଣ୍ଣନା କରିଛନ୍ତି ।

ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ। ବାଚସ୍ପତି ଭାବରେ ସେ ଓଡିଶାରେ ସଂସଦୀୟ ପରମ୍ପରାର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖି ବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

ତାଙ୍କର ଅମାୟିକ ସ୍ଵଭାବ ପାଇଁ ସେ ଦଳ, ମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଭାବେ ସେ ଦଳକୁ ନୂଆ ଦିଗ ଦେଇଥିଲେ। ବିଶେଷକରି ଗଞ୍ଜାମ ଜିଲ୍ଲାରେ ଦଳକୁ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହଛନ୍ତି।

ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ସେ କହିଛନ୍ତି।

What's Your Reaction?

like

dislike

love

funny

angry

sad

wow