ଡ୍ରାଇଭର କଲ୍ୟାଣ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

Jun 12, 2023 - 14:39
Jun 13, 2023 - 14:40
 0  326
ଡ୍ରାଇଭର କଲ୍ୟାଣ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଡ୍ରାଇଭର କଲ୍ୟାଣ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଡ୍ରାଇଭର କଲ୍ୟାଣ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ ଗଠନ ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ସେହିପରି ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନା ୨୦୨୩ ଅନୁମୋଦିତ ହୋଇଛି । ଏହି ଯୋଜନା ଅନୁଯାୟୀ କାର୍ଯ୍ୟରତ ଅବସ୍ଥାରେ ଡ୍ରାଇଭର ଓ କର୍ମଚାରୀଙ୍କର ମୃତ୍ୟୁ କ୍ଷେତ୍ରରେ ୪ଲକ୍ଷ ଟଙ୍କା ପ୍ରଦାନ କରାଯିବ ଓ ଗୁରୁତର ଆହତ କ୍ଷେତ୍ରରେ ୮୦ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ । ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଦେଢ ଲକ୍ଷ ଟଙ୍କା ଓ ସାଧାରଣ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଡ୍ରାଇଭର ଓ କର୍ମଚାରୀଙ୍କୁ ସୁବିଧା ମିଳିବ । ଯୋଗ୍ୟତା ଅନୁଯାୟୀ ମଧୁବାବୁ ପେନସନ୍ ଯୋଜନାରେ ମଧ୍ୟ ଅନ୍ତର୍ଭୁକ୍ତ କରାଯିବ । ଏହାଦ୍ୱାରା ୫ଲକ୍ଷରୁ ଅଧିକ ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ ଉପକୃତ ହେବେ । ଉଲ୍ଲେଖଯୋଗ୍ୟ, ଗତ ମାର୍ଚ୍ଚ ମାସରେ ବିଭିନ୍ନ ଦଫା ଦାବି ନେଇ ଡ୍ରାଇଭର ମହାସଂଘ ଆନ୍ଦୋଳନକୁ ଓହ୍ଲାଇଥିଲା । ରାଜ୍ୟ ସରକାର ସମସ୍ୟା ସମାଧାନ ପାଇଁ ୩ମାସ ସମୟ ମାଗିଥିଲେ ।

What's Your Reaction?

like

dislike

love

funny

angry

sad

wow