ରାୟଗଡା କଲଭର୍ଟ ଭୁଶୁଡିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

Aug 1, 2023 - 07:28
Aug 2, 2023 - 07:28
 0  7
ରାୟଗଡା କଲଭର୍ଟ ଭୁଶୁଡିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ରାୟଗଡା କଲଭର୍ଟ ଭୁଶୁଡିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ରାୟଗଡା କଲଭର୍ଟ ଭୁଶୁଡିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଉପରସଜା ଗ୍ରାମରେ ନିର୍ମାଣାଧୀନ କଲଭର୍ଟ ଭୁଶୁଡ଼ି ପଡ଼ିବା ଯୋଗୁଁ ହୋଇଥିବା ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ଏହାସହିତ ମୃତକମାନଙ୍କ ପରିଜନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣା ପାଇଁ ଦାୟୀ କର୍ମଚାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ, ସୋମବାର ପୂର୍ବାହ୍ନରେ କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଉପରସଜା ଗ୍ରାମରେ ନିର୍ମାଣାଧୀନ କଲଭର୍ଟ ତଳେ ୬ଜଣ ଗାଧୋଉଥିବା ବେଳେ ହଠାତ କଲଭର୍ଟ ଭୁଶୁଡ଼ି ପଡ଼ିବାରୁ ବ୍ରିଜ ତଳେ ଚାପି ହୋଇଯାଇଥିଲେ । ମୃତକମାନେ ହେଲେ ଲକ୍ଷ୍ମୀଧର ମିଣିଆକା(୪୫), ପ୍ରିନ୍ସ ମିଣିଆକା, ସୁମନ ମିଣିଆକା (୫), ସାରନ ମିଣିଆକା(୫) ଓ ମନୋଜ ମିଣିଆକା (୫) ।

What's Your Reaction?

like

dislike

love

funny

angry

sad

wow