ବିପର୍ଯ୍ୟୟ ପରିଚାଳନା ପାଇଁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Jun 24, 2023 - 08:02
Jun 25, 2023 - 08:02
 0  6
ବିପର୍ଯ୍ୟୟ ପରିଚାଳନା ପାଇଁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ବିପର୍ଯ୍ୟୟ ପରିଚାଳନା ପାଇଁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବିପର୍ଯ୍ୟୟ ପରିଚାଳନା ପାଇଁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଜୁନ୍‌ରୁ ଅକ୍ଟୋବର ମଧ୍ୟରେ ରାଜ୍ୟ ବାତ୍ୟା, ବନ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥାଏ । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ସବୁ ପ୍ରକାର ପ୍ରସ୍ତୁତି କରିବାକୁ ରାଜ୍ୟସ୍ତରୀୟ ପ୍ରାକୃତିକ ଦୁର୍ବିପାକ କମିଟି ବୈଠକରେ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ସବୁ ପ୍ରକାର ବିପର୍ଯ୍ୟୟ ସମ୍ପର୍କରେ ରିଅଲ ଟାଇମ ସୂଚନା ପ୍ରଦାନ କରିବାକୁ ଜିଲ୍ଲାସ୍ତରୀୟ ବିଭାଗୀୟ କଣ୍ଟ୍ରୋଲ ରୁମ ୨୪ ଘଣ୍ଟା କାର୍ଯ୍ୟ କରିବ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପର୍ଯ୍ୟାପ୍ତ ଖାଦ୍ୟ ସାମଗ୍ରୀ ମହଜୁଦ ରଖିବା ସହ ଗୋଖାଦ୍ୟ ମହଜୁଦ ରଖିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଗର୍ଭବତୀ, ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ବ୍ୟକ୍ତିଙ୍କ ସୁରକ୍ଷା ପାଇଁ ଜିଲା ପାଇଁ ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

What's Your Reaction?

like

dislike

love

funny

angry

sad

wow