ଖୋଲିପାରେ ହୀରାକୁଦ ଗେଟ : ଏସଆରସିଙ୍କ ସବୁଜ ସଙ୍କେତ

Jul 21, 2023 - 16:39
 0  4
ଖୋଲିପାରେ ହୀରାକୁଦ ଗେଟ : ଏସଆରସିଙ୍କ ସବୁଜ ସଙ୍କେତ

ରାଜ୍ୟରେ ଆସନ୍ତା ୨୬ କିମ୍ବା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲଘୁଚାପ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ବନ୍ୟା ପରିସ୍ଥିତି ଯେପରୀ ନ ଉପୁଯେ ସେ ନେଇ  ପୁର୍ବରୁ ହୀରାକୁଦ ଗେଟ ଖୋଲିବା ପାଇଁ ଏସଆରସିଙ୍କ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ଆଗକୁ ଲଘୁଚାପ ଥିବାରୁ ବହୁତ ସ୍ଥାନରେ ବର୍ଷା ହେବ । ପଶ୍ଚିମ ଓଡିଶାରେ ଦିନେ ଦୁଇ ଦିନ ବର୍ଷା ଲାଗି ରହିବ । ତା ପରେ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଏ ନେଇ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି । ଯାହା ଯାହା ପ୍ରସ୍ତୁତ କରିବା କଥା କରାଯାଇଛି । କିଛି ଏଭଳି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ | ସେ କହିଛନ୍ତି ଯେ ଜଳସମ୍ପଦ ବିଭାଗର ଗ୍ରାଉଣ୍ଡରେ ଥିବା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସମ୍ବେଦନଶୀଳ ଅଞ୍ଚଳ ଉପରେ ନଜର ରଖିବାକୁ କୁହାଯାଇଛି । ଅନ୍ୟ ବିଭାଗ ସମସ୍ତେ ପ୍ରସ୍ତୁତ ହୋଇ ରହିବେ ।ଜିଲ୍ଲା ପ୍ରଶାସନମାନେ ପ୍ରସ୍ତୁତ ହୋଇ ଅଛନ୍ତି । ମାଲକାନଗିରି ଜିଲ୍ଲାପାଳଙ୍କ ସହିତ କଥା ହୋଇଛି । ସମସ୍ତେ ପ୍ରସ୍ତୁତ ହୋଇ ଅଛନ୍ତି । ପରିସ୍ଥିତି ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣାଧୀନ ରହିଛି । କୌଣସି ସ୍ଥାନରେ ଅସ୍ଵାଭାବିକ ପରିସ୍ଥିତି ସୃଷ୍ଟି ହୋଇନାହିଁ । ୭ରୁ ୮ ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାରେ ଆବଶ୍ୟକତା ଅନୁସାରେ ସ୍ୱାଭାବିକ ବର୍ଷା ହୋଇଛି । ଚାଷ ପାଇଁ ଭଲ ବର୍ଷା ହୋଇଛି । ଆସନ୍ତା ୩ ରୁ ୪ ଦିନ ଭଲ ବର୍ଷା ହେଲେ ଚାଷ ଓ ଚାଷୀଙ୍କ ପାଇଁ ଅନୁକୂଳ ହେବ । ଚାଷ କାର୍ଯ୍ୟ ଠିକ ଭାବେ ଚାଲିଛି । ରାଜ୍ୟର ନଦୀ ଖାଲି ଥିଲା । ହୀରାକୁଦର ଗେଟ ଖୋଲିଲେ ଅସୁବିଧା କିଛି ନାହିଁ ।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.