ଚଳିତ ପାର୍ବଣ ଋତୁରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ 

Oct 9, 2023 - 12:14
 0  5
ଚଳିତ ପାର୍ବଣ ଋତୁରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ 
Image : Odishaah

ଭୁବନେଶ୍ୱର, ଅକ୍ଟୋବର ୯:ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ  ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ଏହା ଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ  ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ  ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି। ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ  କଟକ ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।

What's Your Reaction?

like

dislike

love

funny

angry

sad

wow