ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ  ୧୫ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ 

Aug 25, 2023 - 16:07
Aug 25, 2023 - 16:08
 0  10
ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ  ୧୫ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ 
ଭୁବନେଶ୍ୱର :  ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି ।


ପ୍ରକାଶଯୋଗ୍ୟ ଯେ ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ   ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ ପାଇଁ ଗତ ଜୁଲାଇ ମାସରେ ଅନୁମୋଦନ ଦେଇଥିଲେ । ଏହାସହିତ ଆଜି ଏହି ନୂତନ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ପଦବୀ  ଅନୁମୋଦନ କରିଛନ୍ତି ।

ଏହି ପଦବୀ ଗୁଡିକ ହେଲା - ଗୋଟିଏ ଷ୍ଟେସନ ଅଫିସର, ଦୁଇଟି Leading Fireman, ଗୋଟିଏ ଡ୍ରାଇଭର-ହାବିଲଦାର, ଗୋଟିଏ ଫାୟାରମ୍ୟାନ ଡ୍ରାଇଭର ଏବଂ ୧୦ଟି ଫାୟାରମ୍ୟାନ ପଦବୀ  । ଖୁବଶୀଘ୍ର ଏହି ପଦବୀ ଗୁଡିକ ପୂରଣ ହୋଇ ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

What's Your Reaction?

like

dislike

love

funny

angry

sad

wow