ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକରନ୍ଦ ଦାସଙ୍କ ବିୟୋଗରେ  ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଶୋକ

Aug 22, 2023 - 11:01
 0  8
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକରନ୍ଦ ଦାସଙ୍କ ବିୟୋଗରେ  ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଶୋକ

ଭୁବନେଶ୍ୱର, ୨୨.୮: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକରନ୍ଦ ଦାସଙ୍କ ବିୟୋଗରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ,ସମବାୟ,ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି I

୯୯ ବର୍ଷୀୟ ଶ୍ରୀ ଦାସ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ କଟକ ଏସ୍‌.ସି.ବି ମେଡିକାଲ କଲେଜ ଓ ହସପିଟାଲରେ ଚିକିତ୍ସାଧିନ ଥିବା ବେଳ ଆଜି ସକାଳ ୬.୪୦ ମିନିଟରେ ଇହଲୀଳା ସମ୍ଭରଣ କରିଛନ୍ତି I ମନ୍ତ୍ରୀ ଶ୍ରୀ ନାୟକ ଏକ ଶୋକ ବାର୍ତାରେ କହିଛନ୍ତି ଯେ କେନ୍ଦ୍ରାପଡା ଜିଲ୍ଲାର ଗର୍ବ ଓ ଗୌରବ ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ମକରନ୍ଦ ଦାସ ଗାନ୍ଧୀଜୀଙ୍କ ଡାକରାରେ ମୁକ୍ତି ଯୁଦ୍ଧରେ ସାମିଲ ହୋଇଥିଲେ ଏବଂ ବ୍ରିଟିଶ୍ ରାଜ୍ ବିରୁଦ୍ଧରେ ସଂଗ୍ରାମକରି କାରାବରଣ କରିଥିଲେ ସେ ଜଣେ ସତ୍ୟନିଷ୍ଠ ପରୋପକାରୀ ବନ୍ଧୁବଚ୍ଛଳ ବ୍ୟକ୍ତି ଥିଲେ ଓ ମନ୍ତ୍ରୀ ଶ୍ରୀ ନାୟକ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦ୍ଗତି ନିମନ୍ତେ ଇଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି 

What's Your Reaction?

like

dislike

love

funny

angry

sad

wow