ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ଜୟନ୍ତୀ ପାଳିତ

Oct 9, 2023 - 16:28
 0  6
ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର, ଅକ୍ଟୋବର ୯: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ପୁଣ୍ୟ ଜନ୍ମତିଥି ଅବସରରେ ବିଧାନସଭା ପରିସରରେ ଆୟୋଜିତ ଜୟନ୍ତୀ ଉତ୍ସବରେ ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ, ଉପ ବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ, ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାନସଭା ସଚିବ ଶ୍ରୀ ଦାଶରଥି ଶତପଥୀ ପ୍ରମୁଖ ଉପସ୍ଥିତ ରହି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

ଏହି ଅବସରରେ ଶାସ୍ୱତୀ ସାମାଜିକ ଓ ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରାଯାଇଥିଲା । 

What's Your Reaction?

like

dislike

love

funny

angry

sad

wow