ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ୭୪ ଜଣଙ୍କୁ ପଦକ ପ୍ରଦାନ କଲେ ରାଜ୍ୟପାଳ

Aug 25, 2023 - 18:17
Aug 25, 2023 - 18:20
 0  8
ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ୭୪ ଜଣଙ୍କୁ ପଦକ ପ୍ରଦାନ କଲେ ରାଜ୍ୟପାଳ
ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ୭୪ ଜଣଙ୍କୁ ପଦକ ପ୍ରଦାନ କଲେ ରାଜ୍ୟପାଳ

ଭୁବନେଶ୍ୱର-୨୫.୦୮: ରାଜ୍ୟ ପୋଲିସ୍‌ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୭୪ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେ ଖନୀୟ, ବିଶିଷ୍ଟ ସେବା ଓ ସାହ ସିକତା ନିମନ୍ତେ; ରାଷ୍ଟ୍ରପତି,ରାଜ୍ୟପାଳ ଏବଂ ସାହସିକତା ପଦକ ପ୍ରଦାନ କରାଯାଇଛି । ଲୋକସେବା ଭବନ କନଭେନସନ୍‌ ହଲରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ
ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ପଦକ ପ୍ରଦାନ କରିଛନ୍ତି ।
ଏଥିରେ ୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ବିଶିଷ୍ଟ ସେବା ନିମନ୍ତେ ୨ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ ପଦକ’ ଓ ୧୦ଜଣଙ୍କୁ ଉଲ୍ଲେଖନୀୟ ସେବା ନିମନ୍ତେ ‘ରାଷ୍ଟ୍ରପତି ପୋଲିସ ପଦକ’ ପ୍ରଦାନ କରାଯାଇଛି । ସେହିପରି ଉଲ୍ଲେଖନୀୟ ସେବା ନିମନ୍ତେ ୧୫ଜଣଙ୍କୁ ‘ରାଜ୍ୟପାଳ ପୋଲିସ୍‌ ପଦକ’ ପ୍ରଦାନ କରାଯାଇଛି । ଅନୁରୂପ ଭାବେ ୨୦୨୦ ସ୍ୱାଧୀନତା ଦିବସ ପାଇଁ ବିଶିଷ୍ଟ ସେବା ନିମନ୍ତେ ୨ ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ୍‌ ପଦକ’ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ୍‌ ପଦକ’ ପ୍ରଦାନ କରାଯାଇଛି ।

୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ୨ଜଣ ଅଗ୍ନିଶମ ଅଧିକାରୀଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ଅଗ୍ନିଶମ ସେବା ପଦକ’ ପ୍ରଦାନ କରାଯାଇଥିବାବେଳେ ୪ଜଣଙ୍କୁ ‘ପ୍ରଶଂସନୀୟ ସେବା ପଦକ’ ପ୍ରଦାନ କରାଯାଇଛି । ୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ଗୃହରକ୍ଷୀ ସେବା ନିମନ୍ତେ ଜଣଙ୍କୁ ‘ରାଷ୍ଟ୍ରପତିଙ୍କ
ବିଶିଷ୍ଟ ପଦକ’ ଏବଂ ଜଣଙ୍କୁ ‘ରାଷ୍ଟ୍ରପତି ପ୍ରଶଂସନୀୟ ସେବା ପଦକ’ ପ୍ରଦାନ କରାଯାଇଛି । ସେହିପରି ବେସାମରିକ କ୍ଷେତ୍ରରେ ପ୍ରଶଂସନୀୟ ସେବା ନିମନ୍ତେ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଛି । 

୨୦୨୦ ସ୍ୱାଧୀନତା ଦିବସ ପାଇଁ ଅଗ୍ନିଶମ ସେବା କ୍ଷେତ୍ରରେ ସାହସିକତା ପାଇଁ ୧ଜଣଙ୍କୁ ‘ରାଷ୍ଟ୍ରପତିଙ୍କ ସାହସିକତା ପଦକ’ ପ୍ରଦାନ କରାଯାଇଥିବାବେଳେ ୨ ଜଣଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ଅଗ୍ନିଶମ ସେବା ପଦକ’ ପ୍ରଦାନ କରାଯାଇଛି । ଅନୁରୂପ ଭାବରେ ୬ ଜଣଙ୍କୁ ‘ପ୍ରଶଂସନୀୟ ଅଗ୍ନିଶମ ସେବା ପଦକ’ ପ୍ରଦାନ କରାଯାଇଛି ।

ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବାରେ ପ୍ରଶଂସନୀୟ ସେବା ନିମନ୍ତେ ୨୦୨୦ ସ୍ୱାଧୀନତା ଦିବସ ପାଇଁ ୪ଜଣଙ୍କୁ ପଦକ ପ୍ରଦାନ କରାଯାଇଛି । ବେସାମରିକ ପ୍ରତିରକ୍ଷା କ୍ଷେତ୍ରରେ ୧ଜଣଙ୍କୁ ବିଶିଷ୍ଟ ସେବା ନିମନ୍ତେ ‘ରାଷ୍ଟ୍ରପତି ପଦକ’ ପ୍ରଦାନ କରାଯାଇଛି । ୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ୩ ଜଣ କାରାଗାର ଅଧିକାରୀଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ସେବା ପଦକ’ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଛି।

ସେହିପରି ୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ୩ଜଣ କାରାଗାର ଅଧିକାରୀଙ୍କୁ ‘ରାଷ୍ଟ୍ରପତିଙ୍କ ସଂସ୍କାର ସେବା ପଦକ’ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଏବଂ ମାନପତ୍ର ପ୍ରଦାନ କରାଯାଇଛି।  ୨୦୨୦ ସ୍ୱାଧୀନତା ଦିବସ ଅବସରରେ ୨ ଜଣ କାରାଗାର ଅଧିକାରୀଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ସେବା ପଦକ’ ସହ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ହଜାର ଟଙ୍କା ପ୍ରୋତ୍ସାହନ ରାଶି ଏବଂ ମାନପତ୍ର ପ୍ରଦାନ
କରାଯାଇଛି । ସେହିପରି ୨ ଜଣଙ୍କୁ ‘ରାଷ୍ଟ୍ରପତିଙ୍କ ସଂସ୍କାର ସେବା ପଦକ’ ସହ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଏବଂ ମାନପତ୍ର ପ୍ରଦାନ କରାଯାଇଛି।

ଆୟୋଜିତ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଉପସ୍ଥିତ ରହି ସମସ୍ତଙ୍କୁ ଏହି ପଦକ ପ୍ରଦାନ କରିଥିଲେ । ଏହି ଅବସରରେ ମାନ୍ୟବର ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡା ଓ ଯୁବ ସେବା, ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଦେଓ ରଞ୍ଜନ କୁମାର ସିଂହ, ଡିଜି-ପୋଲିସ ସୁନୀଲ କୁମାର ବଂଶଲ, ଡିଜି-ଅଗ୍ନିଶମ, ହୋମଗାର୍ଡ ଓ ବେସାମରିକ ପ୍ରତିରକ୍ଷା ଡ. ସୁଧାଂଶୁ କୁମାର ଷଡଙ୍ଗୀ, ଡିଜି-କାରାଗାର ଓ ସଂସ୍କାର ସେବା ମନୋଜ କୁମାର ଛାବ୍ରାଙ୍କ ସହ ଗୃହ ବିଭାଗର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ ।

What's Your Reaction?

like

dislike

love

funny

angry

sad

wow