୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Jul 26, 2023 - 07:23
Jul 27, 2023 - 07:24
 0  6
୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ସୋମବାର ସୃଷ୍ଟ ଲଘୁଚାପ ବୁଧବାର ଆହୁରି ଘନୀଭୂତ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ରହିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଜୁଲାଇ ୨୭ (ଗୁରୁବାର) ଅପରାହ୍ନ ମଧ୍ୟରେ ଓଡ଼ିଶାର ୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ଥିବା ବେଳେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ମାଲକାନଗିରି ଭଳି ୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହିଛି । ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

What's Your Reaction?

like

dislike

love

funny

angry

sad

wow