ଆଗାମୀ ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା

Jun 26, 2023 - 12:20
 0  16
ଆଗାମୀ ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
ଆଗାମୀ ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଆଗାମୀ ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ରବିବାର ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ ଦୁଇଦିନ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଦୁଇ ଦିନ ସମୁଦ୍ର ଯିବାକୁ ବାରଣ କରାଯାଇଛି । ସେପଟେ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଦେବଗଡ଼ରେ ସର୍ବାଧିକ ୧୦୬.୩ ମିମି ବର୍ଷା ରେକର୍ଡ ହୋଇଛି । ରାଜ୍ୟରେ ୨୪ ଘଣ୍ଟାରେ ୨୭.୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଏହା ସ୍ୱାଭାବିକ ତୁଳନାରେ ୨୦୫ ପ୍ରତିଶତ ଅଧିକ ରେକର୍ଡ ହୋଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସୋନପୁର, ବୌଦ୍ଧ, ବଲାଙ୍ଗିର, ସମ୍ବଲପୁର ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ନୂଆପଡ଼ା, ବରଗଡ଼, ସୁନ୍ଦରଗଡ଼, କଳାହାଣ୍ଡି ଓ କନ୍ଧମାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

What's Your Reaction?

like

dislike

love

funny

angry

sad

wow