ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Jul 17, 2023 - 07:37
Jul 18, 2023 - 07:37
 0  7
ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଜୁଲାଇ ୧୯ ରୁ ୨୨ ପର୍ଯ୍ୟନ୍ତ ବର୍ଷାର ବିସ୍ତୃତି ବଢ଼ିବା ସହ କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୋମବାର ମୌସୁମୀ ନିମ୍ନ ଚାପ ରେଖା ରାଜସ୍ଥାନର ବିକେନେରରୁ ଶିକର, ଓରାଇ, ସିଦ୍ଧି, ଆମ୍ବିକାପୁରରୁ ଓଡ଼ିଶାର ବାଲେଶ୍ୱର ମଧ୍ୟ ଦେଇ, ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଏହା ବାୟୁମଣ୍ଡଳରେ ୧.୫ କିମି ଉଚ୍ଚତା ପର୍ଯ୍ୟନ୍ତ ସକ୍ରିୟ ରହିଛି । ଏପରି ସ୍ଥିତିରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ/ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ପାଣିପାଗ ବିଭାଗ ଦ୍ୱାରା ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଜୁଲାଇ ୧୮, ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗୀର ପ୍ରଭୃତି ୪ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୧୨୦ ସେମି) ହେବାର ସମ୍ଭାବନା ରହିଛି । ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସୋନପୁର, ଅନୁଗୁଳ, ଦେବଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

What's Your Reaction?

like

dislike

love

funny

angry

sad

wow