ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ୪ ଜଣଙ୍କୁ ହାଇକୋର୍ଟଙ୍କ ନୋଟିସ

Jul 5, 2023 - 08:05
Jul 7, 2023 - 08:05
 0  7
ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ୪ ଜଣଙ୍କୁ ହାଇକୋର୍ଟଙ୍କ ନୋଟିସ
ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ୪ ଜଣଙ୍କୁ ହାଇକୋର୍ଟଙ୍କ ନୋଟିସ

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ୪ ଜଣଙ୍କୁ ହାଇକୋର୍ଟଙ୍କ ନୋଟିସ
ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଜବାବ ଦାଖଲ ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ, ମୁଖ୍ୟ ପ୍ରଶାସକ, ଏଏସ୍ଆଇ ଡିଜି ଓ ଏଏସ୍ଆଇ ଅଧୀକ୍ଷକଙ୍କୁ ନୋଟିସ କରିଛନ୍ତି ଓଡିଶା ହାଇକୋର୍ଟ । ସୂଚନା ଅନୁସାରେ, ବିଜେପି ନେତା ସମୀର ମହାନ୍ତିଙ୍କ ଆବେଦନ ଆଧାରରେ ଏହି ନୋଟିସ ଜାରି ହୋଇଛି । ଅଗଷ୍ଟ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି ।  ବୁଧବାର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଥିଲା । ରତ୍ନ ଭଣ୍ଡାର ଖୋଲିବା, ତା’ର ମରାମତି ଓ ଅଳଙ୍କାର ଗଣତି ପାଇଁ ପିଟିସନ ଦାଖଲ କରିଥିଲେ ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି । ଏଥିରେ ମୁଖ୍ୟ ଶାସନ ସଚିବ, ପୁରୀ ଗଜପତି ମହାରାଜା, ଗୃହ ସଚିବ, ପୁରୀ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ, ଆଇନ ସଚିବ, ପୁରୀ ଜିଲାପାଳ, ଏଏସ୍‌ଆଇ, ସିବିଆଇ ନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି।

What's Your Reaction?

like

dislike

love

funny

angry

sad

wow