ଇସ୍ରୋ ରଚିଲା ଇତିହାସ : ଚନ୍ଦ୍ରପୃଷ୍ଠରେ ଭାରତ

History of ISRO: India on the Moon

Aug 23, 2023 - 18:29
 0  5
ଇସ୍ରୋ ରଚିଲା ଇତିହାସ : ଚନ୍ଦ୍ରପୃଷ୍ଠରେ ଭାରତ

ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି।ଇସ୍ରୋର ମିଶନ ଚନ୍ଦ୍ର ସଫଳ ହେବା ପରେ ପ୍ରତି ଭାରତୀୟ ଗର୍ବରେ କୁଣ୍ଡେ ମୋଟ ହୋଇଯାଉଛନ୍ତି। ଇସ୍ରୋ ବୈଜ୍ଞାନିକଙ୍କ ସମସ୍ତ ପ୍ରଚେଷ୍ଠା ଓ ପରିଶ୍ରମର ଫଳ ଆଜି ଦେଶବାସୀଙ୍କୁ ମିଳିଛି। ଇସ୍ରୋ ବୈଜ୍ଞାନିକଙ୍କୁ ନେଇ ସାରା ଦେଶ ଗର୍ବ କରୁଥିବା ବେଳେ ପ୍ରଶଂସାରେ ପୋତି ପକାଇଛି ବିଶ୍ୱ। ୪ ବର୍ଷ ତଳେ ଇସ୍ରୋ ସଫଳତାର ଅତି ନିକଟରେ ପହଞ୍ଚି ଫେଲ ମାରିଥିଲା। କିନ୍ତୁ ଏବେ ସଂସ୍ଥା ବେଶ୍ ସଫଳତାର ସହ ଲ୍ୟାଣ୍ଡର ବିକ୍ରମକୁ ଚନ୍ଦ୍ରର ଦକ୍ଷିଣ ମେରୁରରେ ସଫଳତାର ସହ ଅବତରଣ କରାଇପାରିଛି। ଏବେ ରୋଭର୍ ପ୍ରଜ୍ଞାନ ୧୪ ଦିନ କାଳ ଚନ୍ଦ୍ର ପୃଷ୍ଟରେ ରହି ସେଠାରୁ ତଥ୍ୟ ଭାରତକୁ ପଠାଇବ।
୧ ହଜାର ୭୫୨ କିଲୋଗ୍ରାମ ଓଜନର ଲ୍ୟାଣ୍ଡର୍ ବିକ୍ରମ ମାତ୍ର ୧୯ ମିନିଟ୍ ଭିତରେ ୩୦ କିଲୋମିଟର ଉଚ୍ଚତାରୁ ଖସି ଚନ୍ଦ୍ରପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇବାକୁ ସକ୍ଷମ ହୋଇଛି। ନିଜର ବେଗ କମ୍ କରିବା, ଲ୍ୟାଣ୍ଡିଂ ପାଇଁ ଉପଯୁକ୍ତ ସ୍ଥାନ ଖୋଜିବା ଓ ସୁରକ୍ଷିତ ଭାବେ ସଫ୍ଟଲ୍ୟାଣ୍ଡିଂ କରିବା ଆଦି ସବୁ କିଛି ସ୍ୱଂୟଚାଳିତ ଢଙ୍ଗରେ ଶେଷ ହୋଇଛି। ୨୦୧୯ ରେ ଭାରତ ତାର ଚନ୍ଦ୍ର ଅଭିଯାନରେ ବିଫଳ ହୋଇଥିବା ବେଳେ ଦୀର୍ଘ ୫ବର୍ଷର ଅକ୍ଳାନ୍ତ ପରିଶ୍ରମ ପରେ ଏବେ ଇସ୍ରୋର ଚନ୍ଦ୍ର ମିଶନ ଚନ୍ଦ୍ରଯାନ-୩ ସଫଳତାପୂର୍ବକ ଚନ୍ଦ୍ରରେ ଅବତରଣ କରିଛି । ଚନ୍ଦ୍ରପୃଷ୍ଟରେ ଚନ୍ଦ୍ରଯାନ-୩ ସଫଳତାର ସହ ଅବତରଣ କରିବା ପରେ ଏବେ ଚନ୍ଦ୍ରରେ ଥିବା ସମସ୍ତ ଗୁପ୍ତ ରହସ୍ୟ ଉନ୍ମୋଚନ ହେବ ବୋଲି ଆଶା କରାଯାଉଛି। ଚନ୍ଦ୍ରର ମାଟି, ଜଳ ଓ ଜୀବନର ସନ୍ଧାନ କରିବାରେ ବୈଜ୍ଞାନିକମାନଙ୍କୁ ଏବେ ସହଜ ହେବ। ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଟରେ ଥିବା ସମସ୍ତ ରହସ୍ୟକୁ ଉନ୍ମୋଚନ କରିବା ସହ ଏହାର ତଥ୍ୟ ଭାରତକୁ ପ୍ରଦାନ କରିବ । ଚନ୍ଦ୍ରଯାନ ୩ର ସଫଳତା କେବଳ ଭାରତ ପାଇଁ ନୁହେଁ ବରଂ ସାରା ବିଶ୍ୱପାଇଁ ଏକ ସଫଳତା ବୋଲି କୁହାଯାଉଛି। ଏହାର କାରଣ ହେଉଛି ଚନ୍ଦ୍ରଯାନ-୩ ଚନ୍ଦ୍ରରୁ ଯେଉଁ ତଥ୍ୟ ପ୍ରଦାନ କରିବ ତାହା କେବଳ ଭାରତ ନୁହେଁ ବରଂ ଅନ୍ୟଦେଶର ବୈଜ୍ଞାନିକଙ୍କୁ ଚନ୍ଦ୍ର ଅଭିଯାନରେ ଅନେକ ସହାୟକ ହେବ। ସବୁଠି ଖୁସି ଆଉ ଖୁସି... ହର୍ଷ ଉଲ୍ଲାସରେ ଫାଟି ପଡୁଛି ପୂରା ଦେଶ। ଇସ୍ରୋ ରଚିଛି ଇତିହାସ, ଚନ୍ଦ୍ରପୃଷ୍ଠରେ ଭାରତର ଭୌଗୋଳିକ ରେଖା ଆଙ୍କିବାରେ ହୋଇଛି ସଫଳ।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.