୧୨ରେ ଘୂର୍ଣ୍ଣିବଳୟ! ୧୧ରୁ ବର୍ଷିବ, ଟ୍ୱିଟ୍ କରି ସୂଚନା ଦେଲା ପଣିପାଗ ବିଭାଗ

Sep 9, 2023 - 14:17
 0  2
୧୨ରେ ଘୂର୍ଣ୍ଣିବଳୟ! ୧୧ରୁ ବର୍ଷିବ, ଟ୍ୱିଟ୍ କରି ସୂଚନା ଦେଲା ପଣିପାଗ ବିଭାଗ

୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୯ ଓ ୧୦ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବ। ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। ୧୧ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୨ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ, ଆସନ୍ତା ୧୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.