ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ  ସ୍ବାଧୀନତା ଦିବସ ପାଳିତ

Aug 16, 2023 - 16:05
 0  7
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ  ସ୍ବାଧୀନତା ଦିବସ ପାଳିତ

ଭୁବନେଶ୍ବର-ତ‍ା.୧୬.୦୮.୨୦୨୩- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୭୭ତମ ସ୍ବାଧୀନତା ଦିବସ ଗତକାଲି ପାଳିତ ହୋଇଅଛି। ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ଜାତୀୟ ପତାକା ଉତ୍ତୋଳନ କରି ସ୍ବାଧୀନତା ପ୍ରାପ୍ତି ନିମନ୍ତେ ବଳିଦାନ ଦେଇଥିବା ମହାପୁରୁଷ ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ଏହି ଅବସରରେ ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକଙ୍କ ସମେତ ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

ସେହିପରି ଓଡିଶା ରାଜ୍ୟ ଅଭିଲେଖାଗାର, ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର, ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର, ବି.କେ. ଚାରୁ ଓ କାରୁକଳା ମହାବିଦ୍ୟାଳୟ ପରିସରରେ ବିଭାଗୀୟ କର୍ମକର୍ତ୍ତା, ଅଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତିରେ ଜାତୀୟ ପତାକା ଉତ୍ତୋଳନ ପୂର୍ବକ ସ୍ବାଧୀନତା ଦିବାସ ପାଳିତ ହୋଇଛି । 

ଅନ୍ୟପକ୍ଷରେ ଖଲ୍ଲିକୋଟସ୍ଥିତ ସରକାରୀ ଚାରୁ ଓ କାରୁକଳା ମହାବିଦ୍ୟାଳୟରେ ୭୭ତମ ସ୍ୱାଧୀନତା ଦିବସ ଅବସରରେ ଚିତ୍ରକଳା ଓ ଦେଶୀ ଉତ୍ପାଦକୁ ପ୍ରୋତ୍ସାହିତ କରିବା ପାଇଁ ପୋଷ୍ଟର ତିଆରିର କର୍ମଶାଳା ଆୟୋଜନ କରାଯାଇଥିଲା । ଏଥିରେ ବିଭାଗୀୟ ଅଧ୍ୟାପକ ପ୍ରମୁଖ ଯୋଗ ଦେଇଥିଲେ ।

What's Your Reaction?

like

dislike

love

funny

angry

sad

wow