‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମର ଶୁଭାରମ୍ଭ

Jul 14, 2023 - 08:23
Jul 15, 2023 - 08:23
 0  6
‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମର ଶୁଭାରମ୍ଭ
‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମର ଶୁଭାରମ୍ଭ

‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମର ଶୁଭାରମ୍ଭ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପଶ୍ଚିମ ଓଡିଶାର ପ୍ରାୟ ଦୁଇ ହଜାର କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ କରାଯିବ । ଏଥିରେ ୨୫ କୋଟି ଟଙ୍କା ବିନିଯୋଗ ହେବ । ଏହାଦ୍ୱାରା ପଶ୍ଚିମ ଓଡିଶାବାସୀଙ୍କ ସାମାଜିକ ଓ ସାଂସ୍କୃତିକ ଜୀବନ ଆହୁରି ସକ୍ରିୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ୫-ଟି ଉପକ୍ରମରେ ଏହି କାର୍ଯ୍ୟକ୍ରମ କରାଯାଉଛି ବୋଲି ପ୍ରକାଶ କରି ଏହିସବୁ ଭିତ୍ତିଭୂମି କାମ ଠିକ୍ ସମୟରେ ଶେଷ ହେବ ଓ ଏହାର ଗୁଣାତ୍ମକ ମାନ ମଧ୍ୟ ବହୁତ ଭଲ ରହିବ ବୋଲି ସେ ଆଶାପ୍ରକାଶ କରିଥିଲେ। ଏହାସହିତ ମୁଖ୍ୟମନ୍ତ୍ରୀ ୩୩.୫୮ କୋଟି ଟଙ୍କା ବିନିଯୋଗରେ ଅନେକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ପଶ୍ଚିମ ଓଡିଶାର ବିକାଶ ପାଇଁ ସେ ସବୁବେଳେ ସ୍ୱତନ୍ତ୍ର ଧ୍ୟାନ ଦେଇ ଆସିଛନ୍ତି । ପଶ୍ଚିମ ଓଡିଶା ବିକାଶ ପରିଷଦର ବଜେଟ ଦୁଇ ଗୁଣ ହେବା ସହିତ ଏହାର କାର୍ଯ୍ୟକ୍ରମ ମଧ୍ୟ ବୃଦ୍ଧି ପାଇଛି। ଜନପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ବିକାଶ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ସେ ବିକାଶ ପରିଷଦକୁ ପରାମର୍ଶ ଦେଇଛନ୍ତି ।

What's Your Reaction?

like

dislike

love

funny

angry

sad

wow