ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

Jun 13, 2023 - 04:28
Jun 14, 2023 - 04:28
 0  748
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି ହୋଇଛି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଘୋଷଣା କରିଛନ୍ତି । ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮% ରୁ ୪୨%କୁ ବୃଦ୍ଧି ପାଇଛି । ଏହି ବର୍ଦ୍ଧିତ ଭତ୍ତା ୨୦୨୩ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ । ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁନ୍‌‌ ମାସ ଦରମାରେ ନଗଦ ଆକାରରେ ମିଳିବ । ପେନ୍‌‌ସନ୍‌‌ଭୋଗୀଙ୍କ ଟିଆଇ ମଧ୍ୟ ୪ ପ୍ରତିଶତ ବୃଦ୍ଧି ହୋଇଛି । ପେନ୍‌‌ସନ୍‌‌ଭୋଗୀମାନେ ମଧ୍ୟ ଜୁନ୍‌‌ ମାସ ପେନ୍‌‌ସନ୍‌‌ରେ ବର୍ଦ୍ଧିତ ଟିଆଇ ପାଇବେ । ଏହାଦ୍ୱାରା ୭.୫ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌‌ସନ୍‌‌ଭୋଗୀ ଉପକୃତ ହେବେ ।

What's Your Reaction?

like

dislike

love

funny

angry

sad

wow