କଳାହାଣ୍ଡିକୁ ଉଡ଼ିବ ବିମାନ

Aug 8, 2023 - 12:33
 0  3
କଳାହାଣ୍ଡିକୁ ଉଡ଼ିବ ବିମାନ

ଖୁବଶୀଘ୍ର କଳାହାଣ୍ଡିକୁ ଉଡ଼ିବ ବିମାନ। ବହୁ ପ୍ରତିକ୍ଷିତ ଉତ୍କେଲା ଏୟାରପୋର୍ଟରୁ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ସରକାରଙ୍କ ‘ଉଡ଼ାନ୍’ ଯୋଜନାରେ ଏହାର ଭିଭିଭୂମି ପ୍ରସ୍ତୁତି ପ୍ରାୟ ଶେଷ ହୋଇଥିବାବେଳେ DGCA ବିମାନ ଉଡ଼ାଣ ନିମନ୍ତେ ଗ୍ରୀନ ସିଗ୍ନାଲ ଦେଇଛନ୍ତି। ଏହା’ସହ ବିମାନ ଚଳାଚଳ ପାଇଁ DGCA ଲାଇସେନ୍ସ ପ୍ରଦାନ କରିଛନ୍ତି। ଖୁବ ଶୀଘ୍ର ବିମାନ ଚଳାଚଳ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ସୂଚନା ଅନୁସାରେ, କେନ୍ଦ୍ର ସରକାରଙ୍କ ‘ଉଡ଼ାନ୍’ ଯୋଜନାରେ ଏହାର ଭିଭିଭୂମି ପ୍ରସ୍ତୁତି ଶେଷ ହୋଇଥିବାବେଳେ ଡିଜିସିଏ ବିମାନ ଉଡ଼ାଣ ନିମନ୍ତେ ସବୁଜ ସଙ୍କେତ ଦେଇଛନ୍ତି। ଟର୍ସ, ବାରାକ, ଅଗ୍ନିଶମ କାର୍ଯ୍ୟାଳୟ ଭଳି ଅନ୍ୟାନ୍ୟ ଭିତ୍ତିଭୂମି କାମ ପ୍ରାୟ ସରିଯାଇଛି। କେବଳ ଉଢ଼ାଣକୁ ଅପେକ୍ଷା ରହିଛି DGCAର ଲାଇସେନ୍ସ ପରେ ଟୁଇଟ୍ କରି ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୁବଶୀଘ୍ର ଉତ୍କେଲା ଓ ଭୁବନେଶ୍ୱର ମଧ୍ୟରେ ବିମାନ ଚଳାଚଳ କରିବ ବୋଲି ମଧ୍ୟ ତାଙ୍କ ଟୁଇଟ୍ରରେ ମୁଖ୍ୟମନ୍ତ୍ରୀ ପୋଷ୍ଟ କରି ଜଣାଇଛନ୍ତି।


What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.