ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ଶିବିର ଆୟୋଜିତ, ୨୫୯ ଜଣ ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ
ଏହି ଶିବିରରେ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମୁଖ୍ୟ ଅତିଥି ଏବଂ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଓଡ଼ିଶାର ଶ୍ରମ ଆୟୁକ୍ତ ଡାକ୍ତର ଏନ .ତିରୁମାଲା. ନାୟକ ଓ ଅତିରିକ୍ତ ଶ୍ରମ ଆୟୁକ୍ତ ନୀଳାମ୍ବର ମିଶାଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ୨୪୩ ଜଣ ନୂତନ ଭାବେ ପଂଜିକୃତ ନିର୍ମାଣ ଶ୍ରମିକଙ୍କୁ ପରିଚୟପତ୍ର ବଣ୍ଟନ କରାଯାଇଥିଲା।
ଏହି ଶିବିରକୁ ପ୍ରଭଗୀୟ ଶ୍ରମ ଆୟୁକ୍ତ, ଭୁବନେଶ୍ୱର ଶ୍ରୀ ପ୍ରଣବ କୁମାର ପାତ୍ର ପରିଚାଳନା କରିଥିଲେ । ସହକାରୀ ଶ୍ରମ ଅଧିକାରୀ ଶ୍ରୀ ପ୍ରଭାକର ବିଶ୍ୱାଳ ସ୍କୀମ ବିଷୟରେ ଶ୍ରମିକମାନଙ୍କୁ ଅବଗତ କରାଇଥିଲେ । ସହକାରୀ ଶ୍ରମ ଅଧିକାରୀ ରଶ୍ମିତା କୁମାରୀ ପାତ୍ର, ବିକାଶ କୁମାର ନାୟକ ଏବଂ କଲ୍ୟାଣ ସଂଯୋଜକ ଲମ୍ବୋଦର ରାଉତ ଓ ଡାଟା ଏଣ୍ଟ୍ରି ଅପରେଟର ଶ୍ରୀ ଶିବ ପ୍ରସାଦ ମହାପାତ୍ର ଯୋଗଦେଇଥିଲେ । ପରିଶେଷରେ ପିପାସା ମହାପାତ୍ର, ସହକାରୀ ଶ୍ରମ ଅଧିକାରୀ, ଭୁବନେଶ୍ୱର ଧନ୍ୟବାଦ ଅର୍ପଣ କରିଥିଲେ ।
What's Your Reaction?