‘ଷ୍ଟଡି ଇନ୍ ଇଣ୍ଡିଆ’ ପୋର୍ଟାଲ ଶୁଭାରମ୍ଭ

Aug 3, 2023 - 09:17
Aug 4, 2023 - 09:17
 0  6
‘ଷ୍ଟଡି ଇନ୍ ଇଣ୍ଡିଆ’ ପୋର୍ଟାଲ ଶୁଭାରମ୍ଭ
‘ଷ୍ଟଡି ଇନ୍ ଇଣ୍ଡିଆ’ ପୋର୍ଟାଲ ଶୁଭାରମ୍ଭ

‘ଷ୍ଟଡି ଇନ୍ ଇଣ୍ଡିଆ’ ପୋର୍ଟାଲ ଶୁଭାରମ୍ଭ
ଭାରତରେ ପଢିବାକୁ ଆଗ୍ରହୀ ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଏସ ଜୟଶଙ୍କରଙ୍କ ଉପସ୍ଥିତିରେ ‘ଷ୍ଟଡି ଇନ୍ ଇଣ୍ଡିଆ’ (ଏସଆଇଆଇ) ପୋର୍ଟାଲର ଶୁଭାରମ୍ଭ ହୋଇଛି । ଶିକ୍ଷା ମନ୍ତ୍ରଣାଳୟ, ବୈଦେଶିକ ମନ୍ତ୍ରଣାଳୟ ଏବଂ ଗୃହ ମନ୍ତ୍ରଣାଳୟର ମିଳିତ ଉଦ୍ୟମରେ ଏହି ପୋର୍ଟାଲ ପ୍ରସ୍ତୁତ ହୋଇଛି । ଏହି ପୋର୍ଟାଲ ଭାରତରେ ପାଠ ପଢୁଥିବା ବିଦେଶୀ ଛାତ୍ରଛାତ୍ରୀଙ୍କୁ ସୁବିଧା ପ୍ରଦାନ କରିବ । ଛାତ୍ରଛାତ୍ରୀଙ୍କ ପଞ୍ଜିକରଣ ଓ ଭିସା ଆବେଦନ ଆଦି ଗୋଟିଏ ପ୍ଲାଟଫର୍ମରେ ହୋଇପାରିବ । ଏହି ପୋର୍ଟାଲରେ ଭାରତରେ ଅଧ୍ୟୟନ କରିଥିବା ପୁରାତନ ବିଦେଶୀ ଛାତ୍ରଛାତ୍ରୀଙ୍କ ଡାଟା ବ୍ୟାଙ୍କ୍ ରହିବ । ଯାହାଦ୍ୱାରା ବର୍ତ୍ତମାନର ବିଦେଶୀ ଛାତ୍ରଛାତ୍ରୀ ପୁରାତନ ଛାତ୍ରଛାତ୍ରୀଙ୍କ ସହ ଯୋଗସୂତ୍ର ରକ୍ଷା କରିପାରିବେ ।

What's Your Reaction?

like

dislike

love

funny

angry

sad

wow