ବଙ୍ଗୋପସାଗରରେ ପୁଣି ଲଘୁଚାପ

Jul 29, 2023 - 08:28
Jul 30, 2023 - 08:29
 0  5
ବଙ୍ଗୋପସାଗରରେ ପୁଣି ଲଘୁଚାପ
ବଙ୍ଗୋପସାଗରରେ ପୁଣି ଲଘୁଚାପ

ବଙ୍ଗୋପସାଗରରେ ପୁଣି ଲଘୁଚାପ
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର-ଓଡ଼ିଶା ଓ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଅଂଚଳରେ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣବଳୟ ଲଘୁଚାପରେ ପରିଣତ ହୋଇସାରିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ଯାଜପୁର, ବଲାଙ୍ଗୀର ଓ ବରଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କେନ୍ଦୁଝର, ସୁନ୍ଦରଗଡ, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ଜୁଲାଇ ୩୧ ସୁଦ୍ଧା ରାଜ୍ୟର କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ଜଣାପଡିଛି ।

What's Your Reaction?

like

dislike

love

funny

angry

sad

wow