ରବିବାର ସୁଦ୍ଧା ଲଘୁଚାପ ଆଶଙ୍କା

Jun 24, 2023 - 07:56
Jun 25, 2023 - 07:56
 0  6
ରବିବାର ସୁଦ୍ଧା ଲଘୁଚାପ ଆଶଙ୍କା
ରବିବାର ସୁଦ୍ଧା ଲଘୁଚାପ ଆଶଙ୍କା

ରବିବାର ସୁଦ୍ଧା ଲଘୁଚାପ ଆଶଙ୍କା
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ନିକଟବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଜୁନ ୨୫ ବେଳକୁ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରପଡ଼ା, କଟକ, ଢେଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଗାମୀ ଦୁଇ ଦିନ ମଧ୍ୟରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଜୁନ ୨୭  ଓ ୨୮ ବେଳକୁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏଥିପାଇଁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

What's Your Reaction?

like

dislike

love

funny

angry

sad

wow