ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍, ୪୩୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ

Aug 7, 2023 - 17:11
 0  2
ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍,  ୪୩୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ

ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ମାଟ୍ରିକ୍ ସପ୍ଲିମେଣ୍ଟାରୀରେ ୪୩୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଚଳିତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ୧୩୧୦ ଛାତ୍ରଛାତ୍ରୀ ଫର୍ମ ଫିଲ୍‌ଅପ୍‌ କରିଥିଲେ। ସେଥିମଧ୍ୟରୁ ୩୬୦ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିଲେ । ସେପଟେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି ।  ୮୯୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ପାଇଁ ଫର୍ମ ଫିଲ୍‌ଅପ୍‌ କରିଥିଲେ । ୫୨୫ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ । ୪୯ ଛାତ୍ରଛାତ୍ରୀ କପି କରି ଧରାପଡିଥିଲେ । ବୋର୍ଡ ୱେବସାଇଟରେ ଉଭୟ ରେଜଲ୍ଟ ଉପଲବ୍ଧ । ଛାତ୍ରଛାତ୍ରୀମାନେ www.bseodisha.ac.in କୁ ଯାଇ ରେଜଲ୍ଟ  ଜାଣିପାରେବ ।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.