ସକ୍ରିୟ ହେଲା ମୌସୁମୀ

Jul 4, 2023 - 21:47
 0  7
ସକ୍ରିୟ ହେଲା ମୌସୁମୀ
ସକ୍ରିୟ ହେଲା ମୌସୁମୀ

ସକ୍ରିୟ ହେଲା ମୌସୁମୀ
ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଏବଂ ସମୁଦ୍ର ପତନଠାରୁ ୧.୫ରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ- ପଶ୍ଚିମ ଦିଗକୁ ଗତି କରିବା ସହ ସକ୍ରିୟ ରହିଛି । ଏହାର ପ୍ରଭାବରେ ଦୁର୍ବଳ ହୋଇପଡ଼ିଥିବା ମୌସୁମୀ ପୁନର୍ବାର ସ୍ୱାଭାବିକ ସ୍ଥିତିକୁ ଫେରିଛି । ମଙ୍ଗଳବାର ଠାରୁ ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜୁଲାଇ ୬ରୁ ରାଜ୍ୟରେ ବର୍ଷା ବଢ଼ିବା ସହ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

What's Your Reaction?

like

dislike

love

funny

angry

sad

wow