ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ନିର୍ମଳା ସୀତାରମଣ

Nirmala Sitharaman is on a two-day visit to Odisha

Aug 16, 2023 - 12:14
 0  3
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି  ନିର୍ମଳା ସୀତାରମଣ

ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସେ ଭୁବନେଶ୍ୱରରେ ପହଞ୍ଚି ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏଥିସହ କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ତଥା ପୂର୍ବତନ ବିଧାୟିକା ଦିବଂଗତ ନିବେଦିତା ପ୍ରଧାନଙ୍କର ସ୍ମୃତି ଉଦେଶ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେବେ। ଗସ୍ତର ଦ୍ୱିତୀୟ ଦିନରେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦର୍ଶନ କରିବେ। ଏହାପରେ ପେଣ୍ଠକଟା ନିକଟରେ ମୋ ମାଟି ମୋ ଦେଶ ଅଭିଯାନ ଅନ୍ତର୍ଗତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସାମିଲ ହେବେ। ସେଠାରୁ ବୀରହରେକୃଷ୍ଣପୁର ସ୍ଥିତ ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ। ଏହାପରେ ପୁଣି ଭୁବନେଶ୍ୱର ଫେରି ଅନ୍ୟ କିଛି କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ଦିଲ୍ଲୀ ଫେରିଯିବେ ନିର୍ମଳା।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.